ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର : ମୁଖ୍ୟମନ୍ତ୍ରୀ

ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର : ମୁଖ୍ୟମନ୍ତ୍ରୀ 

ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର : ମୁଖ୍ୟମନ୍ତ୍ରୀ  ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର : ମୁଖ୍ୟମନ୍ତ୍ରୀ   ବିଭିନ୍ନ ଜିଲ୍ଲାର ସ୍ବାସ୍ଥ୍ୟ ଭିତ୍ତିଭୂମି ଉଦଘାଟନ କରିବା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଛନ୍ତି। 3ୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। "ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର। ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର  ଉଦଘାଟନ କରିଛନ୍ତି। ରାଜ୍ୟରେ 20ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ 9 ତାରିଖରେ 7ଟି ଓ ଆଜି 8ଟି ପିଏସ୍‌ଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି। ଏହି 20ଟି ପିଏସ୍‌ଏ ପ୍ଲାଣ୍ଟ ଦ୍ବାରା ମିନିଟ୍‌ ପ୍ରତି 24 ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।


ଭୁବନେଶ୍ୱର : 18/06/2021(ବ୍ୟୁରୋ): ବିଭିନ୍ନ ଜିଲ୍ଲାର ସ୍ବାସ୍ଥ୍ୟ ଭିତ୍ତିଭୂମି ଉଦଘାଟନ କରିବା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଛନ୍ତି।


3ୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


"ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର। ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।


ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର  ଉଦଘାଟନ କରିଛନ୍ତି।
ରାଜ୍ୟରେ 20ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ 9 ତାରିଖରେ 7ଟି ଓ ଆଜି 8ଟି ପିଏସ୍‌ଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି। ଏହି 20ଟି ପିଏସ୍‌ଏ ପ୍ଲାଣ୍ଟ ଦ୍ବାରା ମିନିଟ୍‌ ପ୍ରତି 24 ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ।

Post a Comment

Please Select Embedded Mode To Show The Comment System.*

Previous Post Next Post