NK NEWS ODISHA

News agency Odisha

ନିଆରା ପରଂପରା ,ବୃକ୍ଷରେ ରାକ୍ଷୀ ବାନ୍ଧିଲେ ଗ୍ରାମବାସୀ

Spread the love

ନିଆରା ପରଂପରା ,ବୃକ୍ଷରେ ରାକ୍ଷୀ ବାନ୍ଧିଲେ ଗ୍ରାମବାସୀ

ଦଶପଲ୍ଲା ତା ୨୨/୮ : ଆଜି ସର୍ବତ୍ର ରକ୍ଷାବନ୍ଧନ ଉତ୍ସବ ଆନନ୍ଦଉତ୍ସାହର ସହ ପାଳିତ ହୋଇଛି । ଉତ୍ସବରେ ଭଉଣୀମାନେ ଭାଇ ହାତରେ ରାକ୍ଷୀ ବାନ୍ଧୁଥିବା ବେଳେ ଏକ ନିଆରା ପରମ୍ପରା ଦଶପଲ୍ଲାରେ ଦେଖିବାକୁ ମିଳୁଛି । ଦୀର୍ଘ ବର୍ଷ ହେଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ବୁଗୁଡା ଓ ବୁଗୁଡା କଲୋନୀ ଗ୍ରାମବାସୀ ଏହି ନିଆରା ପରମ୍ପରା ସହ ବାନ୍ଧି ହୋଇ ଯାଇଛନ୍ତି ।

ଗଛ ମାନବ ସମାଜ ପାଇଁ ସବୁଠାରୁ ଦରକାରୀ ହୋଇଥିବାରୁ ଗ୍ରାମର ବୟସ୍କ ବ୍ୟକ୍ତିମାନେ ରକ୍ଷାବନ୍ଧନ ତିଥିରେ ଗଛରେ ରାକ୍ଷୀ ବାନ୍ଧି ଥାନ୍ତି । ବୁଗୁଡା ଓ ବୁଗୁଡା କଲୋନୀ ଗ୍ରାମରେ ୧୯୮୮ ମସିହା ଠାରୁ ଏଭଳି ପରମ୍ପରା ଚାଲି ଆସିଛି । ଅପରାହ୍ନରେ ପ୍ରଥମେ ଗ୍ରାମର ବୟସ୍କ ବ୍ୟକ୍ତି ମାନେ ନୂଆ ଲୁଗା ପିନ୍ଧି ଗଛରେ ରାକ୍ଷୀ ବାନ୍ଧି ସାରିବା ପରେ ଗହ୍ମାଡିଆଁ ପର୍ବ ପାଳନ କରିଥାନ୍ତି । ମା ମଣୀନାଗ ଆଂଚଳିକ ଯୁବ ସଂସଦର ସଭାପତି ନିକୁଞ୍ଜ କିଶୋର ପ୍ରଧାନ, ସଂପାଦକ ରାଜେଶ୍ କୁମାର ଜାନି,କୋଷାଧ୍ୟକ୍ଷ ଶୁଭକାନ୍ତ ଜାନି ଓ ରତ୍ନାକର ହୋତାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ବିଶିଷ୍ଠ ସମାଜସେବୀ ଶରତଚନ୍ଦ୍ର ସାହୁ,ସମ୍ମାନିତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶୁଶାନ୍ତ କୁମାର ସାହୁ( ସକାଳ),ଏବଂ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରଦିପ୍ କୁମାର ସାହୁ ଓ ସ୍ଥାନୀୟ ବନପାଳ ଅନ୍ତର୍ଯ୍ୟାମୀ ଜାନି ଯୋଗ ଦେଇଥିବାବେଳେ ଗ୍ରାମର ବରିଷ୍ଠ ନାଗରିକ ନିତ୍ୟାନନ୍ଦ ପ୍ରଧାନ, ପରମାନନ୍ଦ ମଳିକଙ୍କ ସମେତ ଗ୍ରାମବାସୀ ଏକତ୍ର ହୋଇ ବଟବୃକ୍ଷରେ ରକ୍ଷାବନ୍ଧନ କରିବା ସହିତ,ଏହି ଉତ୍ସବକୁ ମହା ସମାରୋହରେ ପାଳନ କରିଥିଲେ ଓ ସମସ୍ତଙ୍କ ଶୁଭ କାମନା ମନାସିଥିଲେ ।ଏହା ପରେ ପରେ ପାରଂପାରିକ ରିତିରେ ଛୋଟ ଛୋଟ ପିଲାମାନେ ଗହ୍ମାପର୍ବ ପାଳନ କରିଥିଲେ ।

%d