NK NEWS ODISHA

News agency Odisha

ବାଗଚି-କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ଏବଂ ବାଗଚି-ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ !

Spread the love

Story Highlights

*ବାଗଚି-କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ଏବଂ ବାଗଚି-ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ !

*ପବିତ୍ର ରଥଯାତ୍ରା ଅବସରରେ ଦଳର ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର :12/07/2021(ବ୍ୟୁରୋ): ଭୁବନେଶ୍ୱରରେ ବାଗଚି-କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ଏବଂ ବାଗଚି-ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭୫୦ ଶଯ୍ୟା ବିଶିଷ୍ଟ ଏହି କ୍ୟାନସର ହସ୍ପିଟାଲ ଲୋକଙ୍କୁ ଅତ୍ୟାଧୁନିକ ଚିକିତ୍ସା ସେବା ଯୋଗାଇବାରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ।

ଲୋକଙ୍କ ସୁବିଧା ପାଇଁ ଏଠାରେ ବିନା ମୂଲ୍ୟରେ ଉତ୍ତମ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଇବାକୁ ସମସ୍ତ ବ୍ୟବସ୍ଥା ହୋଇଛି। ଓଡ଼ିଶାରେ ଏହି ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ପ୍ରତିଷ୍ଠା ଦିଗରେ ଶ୍ରୀମତୀ ସୁସ୍ମିତା ବାଗଚୀ ଏବଂ ଶ୍ରୀ ସୁବ୍ରତ ବାଗଚୀଙ୍କ ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସାଧୁବାଦ ଜଣାଉଛନ୍ତି।

ଏହା ସହିତ ପବିତ୍ର ରଥଯାତ୍ରା ଅବସରରେ ଦଳର ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବା ସହ ଓଡ଼ିଆ ସ୍ବାଭିମାନର ଜାଗ୍ରତ ପ୍ରହରୀ ଭାବରେ କାର୍ଯ୍ୟ କରିବ। ଓଡ଼ିଶାବାସୀଙ୍କ ସେବା ପାଇଁ ଏଠାରେ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରିଛନ୍ତି।


ସମସ୍ତଙ୍କ ବିପୁଳ ସମର୍ଥନ ଯୋଗୁଁ କୋଟିଏରୁ ଅଧିକ ସଦସ୍ୟ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଦଳର ଯୁବ ଓ ଛାତ୍ର ଶ୍ରମଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ ହେବେ। ଏହା ମାଧ୍ୟମରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ବାନ କରୁଛି।

ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି | “ପବିତ୍ର ରଥଯାତ୍ରା ଅବସରରେ ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ ଏକ ଅପୂର୍ବ ମୁହୂର୍ତ୍ତ। ସେ ଲୀଳାମୟ, ତାଙ୍କ ଲୀଳା ଅପାର। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ।”

%d bloggers like this: