ନୟାଗଡ ଜିଲ୍ଲାରେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ କିପରି ଥିଲା ଜାଣନ୍ତୁ ! - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

ନୟାଗଡ ଜିଲ୍ଲାରେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ କିପରି ଥିଲା ଜାଣନ୍ତୁ !

Find out what Naveen Patnaik's program was like in Nayagarh district!
Spread the love
ADVERTISEMENT
ADVERTISEMENT
ADVERTISEMENT

ନୟାଗଡ ଜିଲ୍ଲାରେ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ କିପରି ଥିଲା ଜାଣନ୍ତୁ !

ଓଡଗାଁ :16/11/2021(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୟାଗଡ ଜିଲ୍ଲା ଓଡଗାଁ ବ୍ଳକର କୁରାଳ ନୋଡାଲ,ଉଚ୍ଚ ବିଦ୍ୟାଳୟରେ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼. ପୋମାଟୁଡୁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5 ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଭିଡ଼ିଓ କନ୍ଫରେସିଂ ଯୋଗ 8ଟି ରୁପାନ୍ତରଣ ବିଦ୍ୟାଳୟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକନୂଆ ଯୁଗ ଆରମ୍ଭ ହୋଇଥିବାବେଳେ ସ୍କୁଲ୍ ରୂପାନ୍ତର 5ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପିଲାମାନେ ସବୁ କ୍ଷେତ୍ରରେ ଓଡ଼ିଶାର ଗୌରବ ବଢ଼ାନ୍ତୁ, ବୋଲି ସେ କହିଛନ୍ତି ନଵୀନ ପଟ୍ଟନାୟକ।

ADVERTISEMENT

ଏଥିସହିତ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ମୁଖ୍ୟମନ୍ତ୍ରୀ ଦେଶର ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ ଏବଂଓଡିଶାବାସୀଙ୍କ ପ୍ରିୟପାତ୍ର ହୋଇପାରିଥିବା କଥା ଉଲେଖ କରିଥିଲେ ଏହି ଅବସରରେ ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ , ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ରବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତିମାଳା ମହାନ୍ତି ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟ କ୍ରମର ଉଚ୍ଚପ୍ରଶଂସା କରିଥିଲେ। କୁରାଳ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ସମସ୍ତ ରୁପାନ୍ତରଣ ବିଦ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଥି ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଥିନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ , ବିଭୁପ୍ରସାଦସାହୁ, କୁରାଳ ସରପଞ୍ଚ ଝିଲ୍ଲି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ | କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖୀ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସମାଜସେବୀ ଗଣେଶ୍ୱରସାହୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାହାଯ୍ୟ କରିଥିଲେ |

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
%d bloggers like this: