17ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏହି 9 ଜିଲ୍ଲାରେ ପ୍ରବଳ ବର୍ଷା ! - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

17ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏହି 9 ଜିଲ୍ଲାରେ ପ୍ରବଳ ବର୍ଷା !

Heavy rains in these 9 districts of Odisha till the 17th !
Spread the love
ADVERTISEMENT
ADVERTISEMENT

17ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଏହି 9 ଜିଲ୍ଲାରେ ପ୍ରବଳ ବର୍ଷା !

ସତର୍କ କଲା ପାଣିପାଗ ବିଭାଗ ! ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ ଓଡ଼ିଶାର 9ଟି ଜିଲ୍ଲା । ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି ।ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଅନବରତ ହୋଇଚାଲିଛି |

ADVERTISEMENT

ତାମିଲନାଡୁ ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି | ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିପାରେ । ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ 9 ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି 9 ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଏସ୍ଆରସିଙ୍କ ପକ୍ଷରୁ ସତର୍କତା ଜାରି ହୋଇଛି। ପ୍ରଶାସନିକ ଅଧିକାରୀ ସଜାଗ ରହିବାକୁ ଏସ୍ଆରସି ନିର୍ଦ୍ଦେଶ ଜାରି କରିଛନ୍ତି । ସୃଷ୍ଟ ଲଘୁଚାପ କ୍ଷେତ୍ର କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇପାରେ । 15 ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେଇପାରେ । ଫଳରେ ଆସନ୍ତା 16ଓ 17 ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି।

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
29cc3d8cd884c5afa1c0c9b79b62a918.w3000.h600._CR0,0,3000,600_SX1920_
%d bloggers like this: