ଜଗତସିଂହପୁର ଜିଲ୍ଲାରେ 215କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ନବୀନ ପଟ୍ଟନାୟକ |
ଭୁବନେଶ୍ୱର : 13/08/2021(ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ 215 କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଗତସିଂହପୁର ଜିଲ୍ଲା ଓଡିଶାର ଏକ ଆଗୁଆ ଜିଲ୍ଲା। ଶିଳ୍ପ, କୃଷି ସବୁଥିରେ ଜଗତସିଂହପୁର ଜିଲ୍ଲାର ସୁନାମ ରହିଛି। ଆଜି ବୋରିକିନା-ସୁଙ୍ଗୁଡା ରାସ୍ତାର ସ୍ଥାନୀୟ ନାଳ ଉପରେ ସେତୁ, ପାଇକା ନଦୀ ଉପରେ ଲଙ୍କାପଡାଠାରେ ଏକ ଉଚ୍ଚସ୍ତରୀୟ ସେତୁ, ମା ଶାରଳାଙ୍କ ମନ୍ଦିର ନିକଟରେ ମାର୍କେଟ କମ୍ପ୍ଲେକ୍ସ ଓ କୋଭିଡ ଚିକିତ୍ସାଳୟରେ ମେଡିକାଲ ଅକ୍ସିଜେନ ଉତ୍ପାଦନ ଓ ବଣ୍ଟନ ଆଦି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହେବା ସହିତ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
More Stories
ଉତ୍କଳ ଦିବସରେ ଓଡିଶାର ଚାଷୀଙ୍କୁ KALIA ସହାୟତା ପ୍ରଦାନକଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |
ରାମ ନବମୀରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ଏମୟୁ ଉଦଘାଟନ କରିବା ସହିତ 4 ଜଣ ଓଡ଼ିଆ କିମ୍ବଦନ୍ତୀଙ୍କ ସ୍ମାରକୀ ଡାକ ଟିକେଟ୍ ଉନ୍ମୋଚିତ !
ରାମ ନବମୀରେ ଶୁଭାରମ୍ଭ ହେବ ଭଦ୍ରକ-ନୟାଗଡ଼ ରେଳସେବା |