-ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ରହି ବିଧାନସଭା ବଜେଟ୍ ଅଧିବେଶନରେ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଡ଼ିହେଲେ ଚିନ୍ତାଜନକ
– ବିଧାନସଭାର ପରମ୍ପରା ଓ ଗୁରୁତ୍ୱକୁ ବୁଝି ବଜେଟ୍ ଅଧିବେଶନ ପୂର୍ବରୁ କିମ୍ବା ପରେ ଗସ୍ତ ଯୋଜନା କରିଥିଲେ ଭଲ ହୋଇଥା’ନ୍ତା
– ଗଣତନ୍ତ୍ରକୁ ସମ୍ମାନ ଦେଇ ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ
ଭୁବନେଶ୍ୱର, ଜୁନ ୧୨- ଆସନ୍ତା ବିଧାନସଭା ମୌସୁମୀ ବଜେଟ୍ ଅଧିବେଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ରହି ଭର୍ଚ୍ଚୁଆଲ ମାଧ୍ୟମରେ ଏଥିରେ ଯୋଡ଼ି ହୋଇପାରନ୍ତି ବୋଲି ଇଂରେଜ ଖବର କାଗଜରେ ପ୍ରକାଶ ପାଇଛି । ଏହି ଖବର ସତ୍ୟ ହୋଇଥିଲେ ଚିନ୍ତାଜନକ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।
ଏ ପ୍ରସଙ୍ଗରେ ଶ୍ରୀ ମହାନ୍ତି ଟ୍ୱିଟ୍ କରିଛନ୍ତି ଯେ ଜୁଲାଇ ୨ରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ତଥା ବଜେଟ୍ ଅଧିବେଶନ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଥିବା ବେଳେ ଭର୍ଚ୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଦୈନିକ ଇଂରାଜୀ ସମ୍ବାଦ ପତ୍ର ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶ ପାଇଛି । ଯଦି ଏହି ଖବର ସତ୍ୟ ହୋଇଥାଏ, ଏହା ଚିନ୍ତାଜନକ ।
ମୁଖ୍ୟମନ୍ତ୍ରୀ ବିଧାନସଭାର ପରମ୍ପରା ଓ ଏହାର ଗୁରୁତ୍ୱକୁ ବୁଝି ବଜେଟ୍ ଅଧିବେଶନ ପୂର୍ବରୁ କିମ୍ବା ପରେ ଗସ୍ତ ଯୋଜନା କରିଥିଲେ ଭଲ ହୋଇଥା’ନ୍ତା । ଅଧିବେଶନ ସମୟରେ ଗୃହରେ ପ୍ରତ୍ୟକ୍ଷ ଭାବେ ନ ରହିବା ଗ୍ରହଣୀୟ ନୁହେଁ । ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ; ଗଣତନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ ।
ବିଧାନସଭା ହେଉଛି ସାଢ଼େ ୪ କୋଟି ଓଡ଼ିଆଙ୍କ ପାଇଁ ଗଣତନ୍ତ୍ରର ମନ୍ଦିର । ରାଜ୍ୟର ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଉପରେ ଗୃହରେ ଆଲୋଚନା ହୋଇଥାଏ । ଗଣତନ୍ତ୍ରକୁ ସମ୍ମାନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ ବୋଲି ବୋଲି ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ।
ବିଧାନସଭା ହେଉଛି ସାଢ଼େ ୪ କୋଟି ଓଡ଼ିଆଙ୍କ ପାଇଁ ଗଣତନ୍ତ୍ରର ମନ୍ଦିର। ରାଜ୍ୟର ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଉପରେ ଗୃହରେ ଆଲୋଚନା ହୋଇଥାଏ । ଗଣତନ୍ତ୍ରକୁ ସମ୍ମାନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ୍ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ ବୋଲି ମୁଁ ମନେ କରୁଛି ।
— Samir Mohanty (@SamirMohantyBJP) June 12, 2022
More Stories
ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋମ ଏବଂ ଦୁବାଇ ଗସ୍ତ କାହିଁକି? ଜାଣନ୍ତୁ….
ନୂତନ ପ୍ରଦେଶ କଂଗ୍ରେସ ସଭାପତିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ କଂଗ୍ରେସ ଗଣମାଧ୍ୟମ ପ୍ରକୋଷ୍ଠ
‘ଜନସଂଖ୍ୟା ନିୟନ୍ତ୍ରଣ ଆଇନ ଶୀଘ୍ର ଆସିବ’ ବୋଲି ରାୟପୁରରେ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ କହିଛନ୍ତି !