NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

ପଞ୍ଚମ ବାର୍ଷିକ ଜିଲ୍ଲା ବ୍ୟାପି ସେବା ଉତ୍ସବ ଉଦଘାଟିତ

Spread the love
ADVERTISEMENT

ପଞ୍ଚମ ବାର୍ଷିକ ଜିଲ୍ଲା ବ୍ୟାପି ସେବା ଉତ୍ସବ ଉଦଘାଟିତ

ନୟାଗଡ଼,15/07/2021(ବ୍ୟୁରୋ): ନୟାଗଡ଼ ସେବା ଉତ୍ସବ ସମିତି ଆନୁକୂଲ୍ୟରେ ଦୀର୍ଘ 15ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାବ୍ୟାପି ସେବା ଉତ୍ସବ -2021 ଉଦଘାଟିତ ହୋଇଯାଇଛି l ଏହି ଅବସରରେ ନୟାଗଡ଼ ବ୍ଲକର ବିଭିର୍ଣ୍ଣ ସ୍ଥାନରେ ଗରିବ ଓ ଅସହାୟଲୋକଙ୍କୁ ବସ୍ତ୍ର ଓ ମାସ୍କ ବଣ୍ଟନ କରାଯାଇଥିଲା l

ନୟାଗଡ଼ ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମାଜ ସେବି ଦାମୋଦର ସାହୁ, ସମାଜସେବି ଭାଗିରଥି ବାଇ , ସ୍ବେଛାସେବୀ ପରମେଶ୍ୱର ସାହୁ, ନରେନ୍ଦ୍ର ବେହେରା, ଶିବଶଙ୍କର ମହାନ୍ତି,ଜ୍ୟୋତିରଞ୍ଜନ ମହାପାତ୍ର, ଆଲୋକ ବରାଡ଼, ସୋମେଶ ପଟନାୟକ ପ୍ରମୁଖ ସାମିଲ ହୋଇଥିଲେ l

ଦେଶର ଯୁବ ପିଢିଙ୍କୁ ସେବା ଧର୍ମରେ ବ୍ରତୀ କରିବା ସହ ଗରିବ ଓ ଅସହାୟଙ୍କୁ ସହାୟତାରେ ହାତ ବଢାଇବା ପାଇଁ ଗତ ଚାରି ବର୍ଷ ଧରି ନୟାଗଡ଼ ଜିଲ୍ଲାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ଚଳିତ ବର୍ଷ ମାସ୍କ ଓ ସାନିଟାଇଜର ବଣ୍ଟନ,ବସ୍ତ୍ରଦାନ, ଶୁଖିଲା ଖାଦ୍ୟ ଓ ରାସନ ସାମଗ୍ରୀ ବଣ୍ଟନ, ଅଙ୍ଗଦାନ ଶିବିର ଓ ଗରିବ ଛାତ୍ରଛାତ୍ରୀଙ୍କୁ ପାଠ୍ୟ ଉପକରଣ ବଣ୍ଟନ ଓ ଅନ୍ତିମ ଦିନ ଭରଚୁଆଲ ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l

ଆଜିଠାରୁ ନୟାଗଡ଼ ବ୍ଲକରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଜିଲ୍ଲା ସମସ୍ଥ ବ୍ଲକରେ ଆସନ୍ତା 25ତାରିଖ ଯାଏ କରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହେବ ବୋଲି ସେବା ସମିତି ପକ୍ଷରୁ ସୂଚନା ଦିଆଯାଇଛି l

ADVERTISEMENT
ADVERTISEMENT
%d bloggers like this: