ପୁରୀ ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା ! - NK NEWS ODISHA

NK NEWS ODISHA

News Agency Odisha, Odisha latest news, Trending news Odisha, Breaking News Odisha,Odia latest News,latest odisha news,odia news headlines,odisha news,news odisha,breaking news odisha,latest odia news,news headlines,odisha current news,odisha orissa,odisha tv latest,bhubaneswar news,odisha latest news,odisha latest,odisha covid updates,odisha lockdown,lockdown news,odisha poltics,odishatv,ama odisha,kanak news bulletin,naveen patnaik,odisha,jobs,

ପୁରୀ ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା !

Winds can touch the coast of Puri! The epicenter was reported below the Puri coast, however; no tsunami alert was issued.
Spread the love
ADVERTISEMENT
ADVERTISEMENT
ADVERTISEMENT

ପୁରୀ ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା !

ଭୁବନେଶ୍ୱର: 03/12/2021(ବ୍ୟୁରୋ): ପୁରୀ ଉପକୂଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଜୱାଦ’ । ଏପରି ଆକଳନ କରିଛି ପାଣିପାଗ ବିଭାଗ | 4 ତାରିଖ ସନ୍ଧ୍ୟାରୁ 5 ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର(SRC) ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ପୁଣି ସମୁଦ୍ରକୁ ଚାଲି ଯାଇପାରେ ବାତ୍ୟା। ଯଦି ଦିଗ ବଦଳାଏ ତେବେ ହୁଏତ ସ୍ଥଳଭାଗ ନଛୁଇଁପାରେ। ସ୍ଥଳଭାଗ ନଛୁଇଁ ଓଡ଼ିଶା ଉପକୂଳ ଦେଇ ଚାଲି ଯାଇପାରେ ବାତ୍ୟା। ସ୍ଥଳଭାଗ ନିକଟ ହେଲେ ସର୍ବାଧିକ 90ରୁ 100 କି.ମି. ବେଗରେ ପବନ ବହିପାରେ ବୋଲି ସ୍ୱତନ୍ତ୍ର ରିଲିଫ କମିଶନ ସୂଚନା ଦେଇଛନ୍ତି।

ADVERTISEMENT

ପୁରୀ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ାରେ ବାତ୍ୟାର ଅଧିକ ପ୍ରଭାବ ରହିବ। ଆଜି ମଧ୍ୟରାତ୍ରରୁ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ଆସନ୍ତାକାଲି ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରାଯିବ। ଏହାସହ ଗଞ୍ଜାମ, ପୁରୀ, ଚିଲିକା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି SRC ସୂଚନା ଦେଇଛନ୍ତି।

ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
ADVERTISEMENT
%d bloggers like this: